ଏଣିକି ହାଇକୋର୍ଟରେ ମାମଲା ଶୁଣାଣିର ହେବ ସିଧାପ୍ରସାରଣ : ଅଗଷ୍ଟ ୨ରୁ ହେବ କାର୍ଯ୍ୟକାରୀ

110

କନକ ବ୍ୟୁରୋ : ହାଇକୋର୍ଟରେ ମାମଲା ଶୁଶାଣିର ହେବ ସିଧା ପ୍ରସାରଣ । ଏଥିପାଇଁ ଓଡିଶା ହାଇକୋର୍ଟ ପକ୍ଷରୁ ସ୍ୱତନ୍ତ୍ର ନିୟମାବଳୀ ପ୍ରଣୟନ କରାଯାଇଛି । ଏହି ନୂଆ ନିୟମାବଳୀ ଅଗଷ୍ଟ ୨ରୁ କାର୍ଯ୍ୟକାରୀ ହେବ । ତେବେ ମାମଲା ଶୁଣାଣି ପ୍ରକ୍ରିୟାର ଲାଇଭ ଷ୍ଟ୍ରିମିଂ ବା ସିଧା ପ୍ରସାରଣ କରିବେ ହାଇକୋର୍ଟଙ୍କ ଦ୍ୱାରା ଅନୁମତିପ୍ରାପ୍ତ ବ୍ୟକ୍ତି ।

ସିଧାପ୍ରସାରଣର ୱେବ ଲିଙ୍କ ହାଇକୋର୍ଟଙ୍କ ୱେବସାଇଟରେ ଏବଂ ସଂପୃକ୍ତ ଖଣ୍ଡପୀଠଙ୍କ କଜ୍ ଲିଷ୍ଟରେ ପ୍ରକାଶ ପାଇବ । କିନ୍ତୁ ପାରିବାରିକ ବିବାଦ, ଶିଶୁ ଓ ବାଳ ଅପରାଧ ସଂପର୍କିତ ମାମଲା, ପକ୍ସୋ ଆଇନ ଓ ଜୁଭେନାଇଲ ଜଷ୍ଟିସ ଆକ୍ଟ ସଂକ୍ରାନ୍ତୀୟ ମାମଲାର ସିଧା ପ୍ରସାରଣ ହୋଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି । ଜାତୀୟ ସୁରକ୍ଷା ସଂପର୍କିତ ମାମଲାକୁ ମଧ୍ୟ ଏଥିରୁ ବାଦ ଦିଆଯାଇଛି ।