କନକ ବ୍ୟୁରୋ : ଓଏସ୍ଏସସି ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ପତ୍ନୀ ସୁଧାଂଶୁବାଳା ସାହୁଙ୍କୁ ହାଇକୋର୍ଟରୁ ଆଗୁଆ ଜାମିନ ମିଳିଛି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ସୂଚନା ଯୋଗ୍ୟ ଯେ ବିରଞ୍ଚିଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ପାଇଁ ପତ୍ନୀ ଓ ସଢୁ ସହାୟତା କରିଥିବା ଅଭିଯୋଗ ରହିଛି । ପତ୍ନୀଙ୍କ ନାଁରେ ବିପୁଳ ପରିମାଣର ସଂପତ୍ତି ଠାବ ହୋଇଥିବା ବେଳେ ସଢୁଙ୍କ ଘରୁ ୧୩ ଲକ୍ଷ ଟଙ୍କା ମିଳିଥିଲା ।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବିରଞ୍ଚିଙ୍କ ଘର ସମେତ ବିଭିନ୍ନ ଠିକଣାରେ ଜୁଲାଇ ୩୦ ତାରିଖରେ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ । ଚଢ଼ାଉ ପରେ ସାମନାକୁ ଆସିଥିଲା ତାଙ୍କର କୋଟି କୋଟି ଟଙ୍କାର ଆୟବହିର୍ଭୁତ ସମ୍ପତ୍ତି । ତା ମଧ୍ୟରେ ରହିଥିଲା ବିପୁଳ ପରିମାଣର ନଗଦ ଟଙ୍କା । ଏହାସହ ବିପୁଳ ପରିମାଣର ସୁନା ଗହଣା ମଧ୍ୟ ଜବତ ହୋଇଥିଲା । ଏତେ ସମ୍ପତ୍ତି ଠାବ କରିବା ପରେ ତାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/08/vlcsnap-2021-07-30-15h52m45s96-750x393-1.png)