ଦେଶରେ ଉପର ମୁହାଁ କରୋନା ମିଟର: ପୁଣି ୨୪ ଘଂଟାରେ ୫୭ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ, ୭୬୪ ମୃତ; କରୋନା ମୃତ୍ୟୁରେ ଇଟାଲିକୁ ଟପିଗଲାଣି ଭାରତ

ଦେଶରେ ଉପର ମୁହାଁ କରୋନା ମିଟର: ପୁଣି ୨୪ ଘଂଟାରେ ୫୭ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ, ୭୬୪ ମୃତ; କରୋନା ମୃତ୍ୟୁରେ ଇଟାଲିକୁ ଟପିଗଲାଣି ଭାରତ

କନକ ବ୍ୟୁରୋ: ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଏହା ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଗତକାଲି ୨୪ଘଣ୍ଟାରେ ୫୫,୦୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ଜୁଲାଇ ୩୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧୬,୯୫,୯୮୮ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି ।

୨୪ଘଣ୍ଟାରେ ସର୍ବାଧିକ ୫୭,୧୧୮ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯୪୩୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୩୬୫୧୧ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୫୭,୧୧୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୬୫୧୦୩ରହିଛି। ୨୪ ଘଣ୍ଟାରେ ୭୬୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe