ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଜାରି : ଦିନ ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ

69

କନକ ବ୍ୟୁରୋ : ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଦିନ ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ ହୋଇଛି । ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି ।

ପଦ୍ମପୁର ଏନଏସି ୨୦୯ ବୁଥରେ ଇଭିଏମ୍ ଅଚଳ ହୋଇଥିଲା । ୮ ଖଣ୍ଡ ଭୋଟ୍ ପଡ଼ିବା ପରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ଏହା ପରେ କିଛି ସମୟ ପାଇଁ ମତଦାନ ବାଧାପ୍ରାପ୍ତ ହୋଇଥିଲା । ଖବର ପାଇଁ ପଦ୍ମପୁର ତହସିଲଦାର ୨୦୯ ନମ୍ବର ବୁଥରେ ପହଞ୍ଚିଥିଲେ । ତାଙ୍କ ଉପସ୍ଥିତିରେ ଇଭିଏମରେ ଥିବା ତ୍ରୁଟିକୁ ସଜାଡ଼ାଯିବା ପରେ ମତଦାନ ସ୍ୱାଭାବିକ ହୋଇଛି । ସେପଟେ ପାଇକମାଳର ୧୨୮ ନମ୍ବର ବୁଥରେ ମଧ୍ୟ ଇଭିଏମ୍ ଅଚଳ ହୋଇଥିବା ସୂଚନା ରହିଛି । ପଦ୍ମପୁର ଉପନିର୍ବାଚନ ପାଇଁ ମୋଟ ୩୧୯ ବୁଥରେ ମତଦାନ ଚାଲିଛି ।