ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର: ଯାଜପୁରରୁ ଭୁବନେଶ୍ୱରକୁ କରାଗଲା ସ୍ଥାନାନ୍ତର

147

କନକ ବ୍ୟୁରୋ: ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଛି । ଚିକିତ୍ସା ପାଇଁ ତାଙ୍କୁ ଯାଜପୁରରୁ ଭୁବନେଶ୍ୱରକୁ କରାଗଲା ସ୍ଥାନାନ୍ତର । କିଛି ଦିନ ତଳେ ନନ୍ଦ ସାର କରୋନାରେ ଆକ୍ରାନ୍ତ ହୋଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳ୍ୟରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କ ଚିକିତ୍ସା ଚାଲିଥିଲା, ହେଲେ ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।

ଗତ ରବିବାର ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ସୋମବାର ଦିନ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।  ଶତାୟୁ ଶିକ୍ଷକ ନନ୍ଦ ସାର ଚଳିତ ମାସ ୨ୟ ସପ୍ତାହରେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଥିଲେ । ଏହି ଅବସରରେ ସେ ରାଷ୍ଟ୍ରପତିଙ୍କୁ ଆଶିର୍ବାଦ କରିବା ଦୃଶ୍ୟ ସବୁଆଡ଼େ ଚର୍ଚ୍ଚାର ବିଷୟ ପାଲଟିଥିଲା ।