ଘୋଷଣା ହେଲା ପଦ୍ମଶ୍ରୀ ପୁରସ୍କାର । ବରଗଡର ଭାଗବତ ପ୍ରଧାନଙ୍କୁ ମିଳିବ ପଦ୍ମଶ୍ରୀ, ଜାଣନ୍ତୁ ତାଲିକାରେ ରହିଛି ଆଉ କେଉଁମାନଙ୍କ ନାମ

366

କନକ ବ୍ୟୁରୋ : ୨୦୨୪ ପାଇଁ ସରକାର ପଦ୍ମଶ୍ରୀ ପୁରସ୍କାର ଘୋଷଣା କରିଛନ୍ତି । ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଗଞ୍ଜାମ ଜିଲ୍ଲାର ଭଜନ ଗାୟକ ଗୋପୀନାଥ ସ୍ୱାଇଁ । ବରଗଡର ଲୋକନୃତ୍ୟର ବିଶିଷ୍ଠ କଳାକାର ଭାଗବତ ପ୍ରଧାନଙ୍କୁ ମଧ୍ୟ ପଦ୍ମଶ୍ରୀ ମିଳିବ ।

ଅନ୍ୟପଟେ ଦକ୍ଷିଣ ଆଣ୍ଡମାନରେ ଜୈବିକ ପଦ୍ଧତିରେ ଚାଷ ପାଇଁ କେ, ଚେଲ୍ଲାମ୍ମାଲଙ୍କୁ ପଦ୍ମଶ୍ରୀ ମିଳିବ । ପଶ୍ଚିମବଙ୍ଗ ପୁରୁଲିଆର ଗାଚ୍ ଦାଦୁଙ୍କୁ ପରିବେଶ ସୁରକ୍ଷା କ୍ଷେତ୍ରରେ ଅବଦାନ ପାଇଁ ପଦ୍ମଶ୍ରୀ ମିଳିବ । ପାରମ୍ପାରିକ ଧାନ ବିହନ ଉପରେ ଗବେଷଣା କରୁଥିବା କେଶରଗଡର ସତ୍ୟନାରାୟଣ ବଲେରୀଙ୍କୁ ମିଳିବ ପଦ୍ମଶ୍ରୀ । ସେହିଭଳି ଦିବ୍ୟାଙ୍ଗ ପାଇଁ କାମ କରୁଥିବା ସିରସାର ଗୁରୁସିଂଙ୍କୁ ମଧ୍ୟ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରାଯିବ ।