ଆଜି ରତ୍ନବେଦୀକୁ ବାହୁଡିବେ କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତ। ଶେଷ ହେଲା ଚତୁର୍ଦ୍ଧାମୂରତିଙ୍କ ପହଣ୍ଡିବିଜେ ନୀତି, ଆଉ କିଛି ସମୟ ପରେ ଆରମ୍ଭ ହେବ ଛେରାପହଁରା

Advertisment
ଆଜି ରତ୍ନବେଦୀକୁ ବାହୁଡିବେ କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତ। ଶେଷ ହେଲା ଚତୁର୍ଦ୍ଧାମୂରତିଙ୍କ ପହଣ୍ଡିବିଜେ ନୀତି, ଆଉ କିଛି ସମୟ ପରେ ଆରମ୍ଭ ହେବ ଛେରାପହଁରା

କନକ ବ୍ୟୁରୋ: କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଆଜି ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଭକ୍ତଙ୍କ ମେଳକୁ ଚାଲି ଆସିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ବାହାରି ଆସିଥିଲେ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବଡ଼ଦାଣ୍ଡ।

publive-image

ପବିତ୍ର ବାହୁଡା ଯାତ୍ରା ଅବସରରେ ତିନି ଠାକୁର ରଥାରୂଢ଼ ହୋଇ ଭକ୍ତଙ୍କ ମେଳରେ ବଡ଼ଦାଣ୍ଡରେ ଯାତ୍ରା କରିବେ । ଅତ୍ୟନ୍ତ ମନରୋମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି ।

publive-image

ଦେବଦଳନ ରଥରେ ରଥାରୂଢ଼ ହୋଇସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା ।

publive-image

ତା'ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଠାକୁର ଶ୍ରୀବଳଭଦ୍ର ।

publive-image

ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ବାଇଶି ପାହଚ ଦେଇ ଓହ୍ଲାଇ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଥିଲା । ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତ ମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe