ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି : ଦିବ୍ୟ ଟାହିଆ ସୁଶୋଭିତ ହୋଇ ଝୁଲିଝୁଲି ଆସିଲେ ଭାଇ ବଳରାମ

88

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡିପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚାଘରୁ ରଥାରୁଢ଼ ପାଇଁ ଅଣାଯାଇଛି । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ରଥାରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟ ବିମୋହିତ କରିଛି ।

ବଳଭଦ୍ରଙ୍କ ପରେ ଗୁଣ୍ଡିଚାଘରୁ ପହଣ୍ଡିରେ ବାହାରିବେ ମାଟ ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ  ପହଣ୍ଡିରେ ବାହାରିବେ । ଶେଷର ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାଆଡକୁ ଅଗ୍ରସର ହେବେ । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ  ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।