ଚକ୍ରରାଜ ସୁଦର୍ଶନଙ୍କ ପରେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି ନୀତି ଆରମ୍ଭ : ଦିବ୍ୟ ଟାହିଆ ସୁଶୋଭିତ ହୋଇ ଝୁଲିଝୁଲି ଆସୁଛନ୍ତି ଭାଇ ବଳରାମ
କନକ ବ୍ୟୁରୋ : ସମସ୍ତ ନୀତିକାନ୍ତିରେ ଚାଲିଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଛି ଚତୂର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି । ପ୍ରଥମ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀ ବଳଦେବଙ୍କ ପହଣ୍ଡିବିଜେ ନୀତି । ଧାଡି ପହଣ୍ଡି ନୀତିରେ ସେବାୟତ ମାନେ ପ୍ରଭୁ ଶ୍ରୀ ବଳଦେବଙ୍କୁ ରତ୍ନବେଦୀରୁ ରଥକୁ ଘେନି ଆଣୁଛନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଛି । ବଳଭଦ୍ରଙ୍କ ପରେ ଶ୍ରୀନଅରରୁ ପହଣ୍ଡିରେ ବାହାରିବେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ପହଣ୍ଡିରେ ବାହାରିବେ । ଶେଷରେ ଭକ୍ତଙ୍କୁ ନ ପାଇ ମନକୁ ମାରି ରତ୍ନବେଦୀରୁ ଓହ୍ଲାଇ ଆସିବେ ଶ୍ରୀ ଶ୍ରୀ ଜଗନ୍ନାଥ,ତଥାପି ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାଆଡକୁ ଅଗ୍ରସର ହେବେ ।
ପହଣ୍ଡି ଦୁଇ ଭାଗରେ ବିଭକ୍ତ ଯଥା:- ଧାଡି ପହଣ୍ଡି ଓ ଗୋଟି ପହଣ୍ଡି। ସ୍ନାନଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ନେବା ସମୟରେ ଯେଉଁ ପହଣ୍ଡି ହୁଏ ତାହାକୁ ଧାଡି ପହଣ୍ଡି କୁହାଯାଏ । ରଥଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ରଥ ଉପରକୁ ଓ ରଥରୁ ମନ୍ଦିରକୁ ନେବା ସମୟରେ ଯେଉଁ ପହଣ୍ଡି କରାଯାଏ ତାହାକୁ ଗୋଟି ପହଣ୍ଡି କୁହାଯାଇଥାଏ । ଏହି ଦୁଇ ପ୍ରକାରର ପହଣ୍ଡି କେବଳ ବିଗ୍ରହ ମାନଙ୍କୁ ପହଣ୍ଡି ସମୟରେ ଘୁଞ୍ଚାଇବାର ତରୀକା ବ ଢଙ୍ଗକୂ ବୁଝାଇଥାଏ । ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ବାହୁ ଥିବାଯୋଗୁଁ ଦୁଇ ବିଗ୍ରହଙ୍କୁ ସମୟ ସମୟରେ ଭୂମିକୁ ଛୁଆଁଇ କରି ପହଣ୍ଡି କରାଯାଇଥାଏ । କିନ୍ତୁ ଦେବୀ ସୁଭଦ୍ର ଓ ସୁଦର୍ଶନଙ୍କ ବାହୁ ନଥିବା ଯୋଗୁଁ ସେମାନଙ୍କୁ ଶାଇତ ରୂପେ ବୁହାଇ ପହଣ୍ଡି କରାଯାଇଥାଏ