ଧାଡି ପହଣ୍ଡିରେ ରଥାରୂଢ ହେଲେ ଶ୍ରୀଜିଉ : ସଅଳ ଚାଲିଛି ସମସ୍ତ ନୀତିକାନ୍ତି; ୧୨ଟା ପରିବର୍ତ୍ତେ ସକାଳ ୮ଟାରେ ଆରମ୍ଭ ହେଲା ପହଣ୍ଡି ବିଜେ

80

କନକ ବ୍ୟୁରୋ : ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଚାଲି ଆସିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ବାହାରି ଆସିଥିଲେ ।

ଅତ୍ୟନ୍ତ ମନରୋମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି । ଦେବଦଳନ ରଥରେ ରଥାରୂଢ଼ ହୋଇ ସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା ।

ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଠାକୁର ଶ୍ରୀବଳଭଦ୍ର । ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି ।

ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ବାଇଶି ପାହଚ ଦେଇ ଓହ୍ଲାଇ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଥିଲା । ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।