ଓଡିଆ ଜାତିର ଅନନ୍ୟ ବିଶେଷତ୍ୱ ପଖାଳ; ସ୍ୱାସ୍ଥ୍ୟ ପାଇଁ ହିତକର ମଧ୍ୟ । ଜାଣନ୍ତୁ କେମିତି

241

ପଖାଳ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ । ଓଡ଼ିଆ ଲୋକମାନେ ପଖାଳ ଖାଇବା ପାଇଁ ଅଧିକ ପସନ୍ଦ କରନ୍ତି । ଆଉ ପଖାଳ ଓଡ଼ିଆଙ୍କ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରେ ପଖାଳ । ଓଡିଆ ଜାତିର ଏକ ଅନନ୍ୟ ବିଶେଷତ୍ୱ ହେଉଛି ପଖାଳ । ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ପାଇଁ ମାର୍ଚ୍ଚ-୨୦ ବହୁତ ମହତ୍ୱ ରଖେ କାରଣ ଏହା ହେଉଛି ‘ବିଶ୍ୱ ପଖାଳ ଦିବସ’ । ତେବେ ପଖାଳ ଓଡ଼ିଆଙ୍କ ପାଇଁ ଏକ ଖାଦ୍ୟ ନୁହେଁ ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପାଳିତ ହେଉଛି ପଖାଳ ଦିବସ ।

କେତେକ ଘରେ ବଳକା ଭାତକୁ ଗାଇଗୁହାଳ ଡୋଙ୍ଗାରେ ମଧ୍ୟ ଫୋପାଡି ଦିଆଯାଏ । ହେଲେ ଆପଣ ଯଦି ବାସି ଭାତର ଉପକାରିତା ସଂପର୍କରେ ଜାଣିବେ, ତେବେ କେବେ ସେଭଳି କରିବେ ନାହିଁ। ବାସି ଭାତକୁ ନେଇ ଆସାମର କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ଗବେଷଣା କରାଯାଇଥିଲା। ସେଥିରୁ ଏକଥା ସ୍ପଷ୍ଟ ହୋଇଛି। ବାସି ଭାତକୁ ରାତି ସାରା ପାଣିରେ ଭିଜାଇ ରଖି ଖାଇଲେ ତାହା ଖୁବ୍ ଲାଭଦାୟକ। ଅର୍ଥାତ୍ ଏହାକୁ ଆମେ ପଖାଳ ଭାତ ଭାବେ ଗ୍ରହଣ କରିଥାଉ। ଆମେ ଯେତେବେଳେ ଭାତ ରାନ୍ଧିଥାଉ,ସେଥିରେ ଆଇରନ ର ମାତ୍ରା ୩.୪ ମିଲିଗ୍ରାମ୍ ଥାଏ।ଯଦି ସମାନ ପରିମାଣର ଚାଉଳକୁ ରାତିସାରା(ଅନ୍ୟୁନ୍ ୧୨ ଘଣ୍ଟା) ଭିଜାଇ ରଖାଯାଏ, ତେବେ ସେଥିରେ ଥିବା ଆଇରନ୍ ମାତ୍ରା ୭୩.୯୧ ମିଲିଗ୍ରାମ୍ ହୋଇଯାଏ।

ଠିକ୍ ସେହିପରି ଏଥିରେ ସୋଡିଅମ୍,ପୋଟାସିୟମ୍ ଓ କାଲସିଅମର ମାତ୍ରା ମଧ୍ୟ ବୃଦ୍ଧି ପାଇଥାଏ।ପଖାଳ ଭାତରେ ସବୁଠାରୁ ଅଧିକ ଶକ୍ତିବର୍ଦ୍ଧକ ଉପାଦାନ ରହିଛି। ପ୍ରାତଃ ଭୋଜନରେ ପଖାଳ ଭାତ ଖାଇଲେ,ଦେହରେ ସ୍ଫୁର୍ତ୍ତି ଆସିବା ସାଙ୍ଗକୁ ପେଟରେ ଅଲସର ସମସ୍ୟା ଥିଲେ,ତାହା ମଧ୍ୟ ଦୂରୀଭୂତ ହୋଇଥାଏ।