ଗିରଫ ହେଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍, ଇସଲାମାବାଦ ହାଇକୋର୍ଟ ବାହାରେ ଗିରଫ କଲା ପାକ୍ ରେଞ୍ଜର୍ସ
କନକ ବ୍ୟୁରୋ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି । ସୂଚନା ମୁତାବକ ପାକ୍ ରେଞ୍ଜର୍ସ ଇମ୍ରାନ ଖାନଙ୍କୁ ଗିରଫ କରିଛି । ପାକିସ୍ତାନ ତହରିକ-ଏ-ଇନସାଫ (ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାନକୁ ଇସଲାମାବାଦ ହାଇକୋର୍ଟ ବାହାରେ ଗିରଫ କରାଯାଇଛି । ଏହି କାର୍ଯ୍ୟାନୁଷ୍ଠାନ ପାକିସ୍ତାନ ରେଞ୍ଜର୍ସ ତରଫରୁ ନିଆଯାଇଛି । ଇମ୍ରାନଙ୍କୁ ଏଭଳି ସମୟରେ ଗିରଫ କରାଯାଇଛି, ଯେତେବେଳେ ସେ ପାକିସ୍ତାନର ଗୁଇନ୍ଦା ଏଜେନ୍ସି ଓ ଆଇଏସଆଇର ଅଧିକାରୀ ମେଜର ଜେନରାଲ ଫ୍ରେସଲ ନସୀରଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଥିଲେ । ଇମ୍ରାନ ଅଭିଯୋଗ ଆଣିଥିଲେ କି ମେଜର ଜେନରାଲ ଫୈସଲ ନସୀର ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲେ । ଇମ୍ରାନଙ୍କ ଏଭଳି ବୟାନକୁ ନେଇ ପାକିସ୍ତାନ ସେନା ପକ୍ଷରୁ କଟାକ୍ଷ କରାଯାଇଥିଲା ।
Kanak News is now on WhatsApp
Join and get latest news updates delivered to you via WhatsApp
ପାକ୍ ଗଣମାଧ୍ୟମର ରିପୋର୍ଟ ମୁତାବକ ଇସଲାମବାଦ ହାଇକୋର୍ଟ ବାହାରେ ତାଙ୍କୁ ଅଲ୍ କାଦିର ଟ୍ରଷ୍ଟ ମାମଲାରେ ଗିରଫ କରାଯାଇଛି । ଇମ୍ରାନ ଖାନ ଏହି ମାମଲାରେ ଜାମିନ ପାଇଁ କୋର୍ଟକୁ ଆସିଥିଲେ ।