ଟସ୍ ଜିତିଲା ପାକିସ୍ତାନ । ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ । ଏସିଆ କପରେ ପୁଣି ଭାରତ-ପାକ୍ ମୁହାଁମୁହିଁ । 

105

କନକ ବ୍ୟୁରୋ: ଟସ୍ ଜିତିଲା ପାକିସ୍ତାନ । ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ । ଏସିଆ କପରେ ଆଜି ଭାରତ-ପାକ୍ ପୁଣିଥରେ ମୁହାଁମୁହିଁ ହେଉଥିବାବେଳେ, ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ ।

ଆଜି ପାକିସ୍ତାନ ଟିମର ଅଧିନାୟକ ବାବର ଆଜମ୍ ଟସ୍ ଜିତିଥିଲେ । ଏହାପରେ ସେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ତେବେ ଫାଇନାଲ ଆଡକୁ ଅଗ୍ରସର ହେବାକୁ ଏହି ମ୍ୟାଚ୍ ଦୁଇ ଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ତେଣୁ ଏହି ମ୍ୟାଚରେ ବିଜୟୀ ହେବାକୁ ଦୁଇ ଦଳ ନିଜର ସମସ୍ତ ବଳ ଖଟାଇବେ ।

ତେବେ ୭ ଦିନ ମଧ୍ୟରେ ଦୁଇ ଦଳ ମଧ୍ୟରେ ପୁଣି ଥରେ ଦେଖିବାକୁ ମିଳିବ କଡା ଟକ୍କର । ଚଳିତ ଏସିଆ କପରେ ଦ୍ୱିତୀୟ ଥର ପାଇଁ ଏହି ଦୁଇ ଦଳ ମୁହାଁମୁହିଁ ହେଉଛନ୍ତି । ଯାହାକୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସାହିତ । ଗତ ୨୮ ତାରିଖରେ ଖେଳାଯାଇଥିବା ମୁକାବିଲାରେ ଭାରତ ୫ ୱିକେଟ୍ରେ ବିଜୟୀ ହୋଇଥିଲା । ତେଣୁ ଲଗାତର ବିଜୟ ଧାରା ବଜାୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ରୋହିତ ବାହିନୀ । ସେପଟେ ପାକିସ୍ତାନ ପାଖରେ ପ୍ରଥମ ମ୍ୟାଚ୍ ପରାଜୟର ପ୍ରତିଶୋଧ ନେବାକୁ ସୁଯୋଗ ରହିଛି । ଆଜିର ସୁପର-୪ ମୁକାବିଲାରେ ଯିଏ ଜିତିବ ସେହି ଦଳ ଫାଇନାଲ ଖେଳିବାର ନିକଟତର ହେବ ।