ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ! ଜାଣନ୍ତୁ କଣ ରହିଛି କାରଣ?

353

କନକ ବ୍ୟୁରୋ :  ରାଜ୍ୟରେ ବିଳମ୍ବିତ ହୋଇପାରେ ପଞ୍ଚାୟତ ନିର୍ବାଚନ । ଏ ନେଇ ଆଶଙ୍କା ପ୍ରକଟ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ । ଆସନ୍ତା ମାର୍ଚ୍ଚ ୧୦, ୨୦୨୨ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ସରିବ । ତାହା ପୂର୍ବରୁ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ପ୍ରକ୍ରିୟା ଶେଷ ହେବା କଥା । କିନ୍ତୁ ଏହି କାର୍ଯ୍ୟ ଶେଷ ହୋଇନଥିବାରୁ ନିର୍ବାଚନ ବିଳମ୍ବ ହେବାର ସମ୍ଭାବନା ରହିଛି ।

ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାର୍ଯ୍ୟ ଯ଼ଥା ଶୀଘ୍ର ଶେଷ କରିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ପତ୍ର ଲେଖାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହି କାର୍ଯ୍ୟ ଶେଷ ହୋଇନାହିଁ । ଗତ ମାର୍ଚ୍ଚ ୧୦ରେ କମିଶନଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ଏପ୍ରିଲ ୩୦ ସୁଦ୍ଧା ଏହି କାର୍ୟ୍ୟ ସାରିବାକୁ କୁହାଯାଇଥିଲା । ତାପୂର୍ବରୁ ଜାନୁଆରିମାସରେ ବି କମିଶନଙ୍କ ପକ୍ଷରୁ ସମାନ ପ୍ରସଙ୍ଗରେ ପତ୍ର ଲେଖାଯାଇଥିଲା ।ଏହା ସତ୍ତ୍ବେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାର୍ଯ୍ୟ ସରିନଥିବାରୁ ନିର୍ବାଚନ ଯଥା ସମୟରେ ହେବା ନେଇ ଆଶଙ୍କା ଦେଖାଦେଇଛି ।