ପଞ୍ଚାୟତ ଫଇସଲା: ସନ୍ଧ୍ୟା ୫ଟା ୨୫ ସୁଦ୍ଧା ଟ୍ରେଣ୍ଡ, କେଉଁଠି କିଏ ଆଗରେ?

Advertisment
ପଞ୍ଚାୟତ ଫଇସଲା: ସନ୍ଧ୍ୟା ୫ଟା ୨୫ ସୁଦ୍ଧା ଟ୍ରେଣ୍ଡ, କେଉଁଠି କିଏ ଆଗରେ?

କନକ ବ୍ୟୁରୋ : ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ତୃତୀୟ ଦିନରେ ୨୩୧ଟି ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍ ଗଣତି ଚାଲିଛି । ତେବେ ସନ୍ଧ୍ୟା ୫ଟା ୨୫ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୭୬୪ଟି ଜୋନରେ ଆଗୁଆ ରହିଛି, ବିଜେପି ୪୩ ଏବଂ କଂଗ୍ରେସ ୩୭ଜୋନରେ ଆଗୁଆ ରହିଛି । ସେହିପରି ୩ଟି ଜୋନରେ ସ୍ୱାଧିନ ପ୍ରାର୍ଥୀ ଆଗୁଆ ରହିଥିବାବେଳେ ୪ଟି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି ।

ସେପଟେ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଏବେସୁଦ୍ଧା ହୋଇଥିବା ଗଣତିର ଫଳାଫଳ ପ୍ରକାଶ କରାଯାଇଛି । ଏଯାବତ୍ ସଦ୍ୟତମ ତଥ୍ୟ ମୁତାବକ ୮୫୧ ଜୋନରୁ ବିଜେଡି ୫୫୩ ଜୋନରେ ବିଜୟୀ, ୩୧ଟି ଜୋନରେ ବିଜେପି ବିଜୟୀ ହୋଇଥିବାବେଳେ କଂଗ୍ରେସ ୩୦ଟି ଓ ୬ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଏପଟେ ଆଜି ତୃତୀୟ ଦିନର ଗଣତି ଜାରି ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe