କନକ ବ୍ୟୁରୋ : ଚୂଡ଼ାନ୍ତ ଭୋଟର ତାଲିକା ପ୍ରସ୍ତୁତ ହେବା ମାତ୍ରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ଏଇ ତିନି ଦିନ ଭିତରେ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଆବଶ୍ୟକ ବାଲାଟ ବାକ୍ସ ସଂଗ୍ରହ କରାଯାଉଛି ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିଷ୍ଠାନର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସରେ ଶେଷ ହେବ ଏବଂ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନୂତନ ପରିଷଦ ଗଠନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।
ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି ଏବଂ ଫେବୃଆରି ମାସରେ ମତଦାନ ଆରମ୍ଭ ହୋଇପାରେ। ଆଗାମୀ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗ ନଭେମ୍ବରରେ ନିର୍ବାଚନ ତାଲିକା ପ୍ରସ୍ତୁତ କରିବା ଆରମ୍ଭ କରିଥିଲେ। ଯେଉଁମାନେ ଗତ ନଭେମ୍ବର ୧ ତାରିଖ ସୁଦ୍ଧା ୧୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି, ସେମାନଙ୍କୁ ନିର୍ବାଚନ ପାଇଁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି।