କନକ ବ୍ୟୁରୋ : ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ତୃତୀୟ ଦିନରେ ୨୩୧ଟି ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍ ଗଣତି ଚାଲିଛି । ତେବେ ଦିନ ୨ଟା ୫୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୭୫୯ଟି ଜୋନରେ ଆଗୁଆ ରହିଛି, ବିଜେପି ୪୭ ଏବଂ କଂଗ୍ରେସ ୩୬ଜୋନରେ ଆଗୁଆ ରହିଛି । ସେହିପରି ୩ଟି ଜୋନରେ ସ୍ୱାଧିନ ପ୍ରାର୍ଥୀ ଆଗୁଆ ରହିଥିବାବେଳେ ୪ଟିି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି ।

Advertisment

ସେପଟେ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଏବେସୁଦ୍ଧା ହୋଇଥିବା ଗଣତିର ଫଳାଫଳ ପ୍ରକାଶ କରାଯାଇଛି । ଏଯାବତ୍ ସଦ୍ୟତମ ତଥ୍ୟ ମୁତାବକ ୮୫୧ ଜୋନରୁ ବିଜେଡି ୫୪୩ ଜୋନରେ ବିଜୟୀ, ୩୧ଟି ଜୋନରେ ବିଜେପି ବିଜୟୀ ହୋଇଥିବାବେଳେ କଂଗ୍ରେସ ୩୦ଟି ଓ ୭ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଏପଟେ ଆଜି ତୃତୀୟ ଦିନର ଗଣତି ଜାରି ରହିଛି ।