କନକ ବ୍ୟୁରୋ: ଦ୍ୱିତୀୟ ଦିନର କାଉଣ୍ଟିଂ ଜାରି, ପ୍ରାରମ୍ଭିକ ଟ୍ରେଣ୍ଡ୍ ନେତାଙ୍କୁ ଦେଉଛି ଟେନସନ୍, ପ୍ରାର୍ଥୀଙ୍କ ସହ ବଢୁଛି ନେତାଙ୍କ ହୃଦସ୍ପନ୍ଦନ । ଦିନ ୨ଟା ୧୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୫୩୫ଟି ଜୋନରେ ଆଗୁଆ ରହିଛି, ବିଜେପି ୩୮ ଏବଂ କଂଗ୍ରେସ ୩୦ ଜୋନରେ ଆଗୁଆ ରହିଛି ।

Advertisment

ଅନ୍ୟପଟେ ଏଯାବତ୍ ୩୦୦ ଜିଲ୍ଲାପରିଷଦ ଜୋନର ଫଳାଫଳ ଆସି ସାରିଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ଆସିଥିବା ତଥ୍ୟ ମୁତାବକ, ବିଜେଡି ୨୬୮ ଜୋନରେ ବିଜୟୀ ହୋଇଥିବାବେଳେ ୧୪ଟି ଜୋନରେ ବିଜେପି ଓ ୧୪ଟି ଜୋନରେ କଂଗ୍ରେସ ବାଜିମାତ୍ କରିଛନ୍ତି । ସେହିପରି ୨ଟି ଜୋନରେ ସ୍ୱାଧିନ ପ୍ରାର୍ଥୀ ଏବଂ ୨ଟି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ବିଜୟ ହାସଲ କରିଛନ୍ତି । ଦ୍ୱିତୀୟ ଦିନର ପ୍ରାରମ୍ଭିକ ଟ୍ରେଣ୍ଡ୍ ବିଜେଡି ଶିବିରରେ ଖୁସି ଭରିଥିବାବେଳେ ବିରୋଧୀଙ୍କ ଶିବିରରେ ଆଜି ବି ନିରାଶା ଖେଳିଯାଇଛି ।