କନକ ବ୍ୟୁରୋ: ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ତୃତୀୟ ଦିନରେ ୨୩୧ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ତେବେ ଦିନ ୧୧ଟା ୧୫ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୭୩୪ଟି ଜୋନରେ ଆଗୁଆ ରହିଛି, ବିଜେପି ୪୨ ଏବଂ କଂଗ୍ରେସ ୩୫ ଜୋନରେ ଆଗୁଆ ରହିଛି । ସେହିପରି ୮ଟିି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି ।
ସେପଟେ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ପ୍ରଥମ ଓ ଦ୍ୱିତୀୟ ଦିନ ଗଣତିର ଫଳାଫଳ ପ୍ରକାଶ କରାଯାଇଛି । ଏଯାବତ୍ ଦୁଇ ଦିନର ଗଣତିର ସଦ୍ୟତମ ତଥ୍ୟ ମୁତାବକ ୬୨୦ ଆସନରୁ ୫୮୫ର ଫଳାଫଳ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଯେଉଁଥିରେ ବିଜେଡି ୫୧୮ ଜୋନରେ ବିଜୟୀ, ୩୧ଟି ଜୋନରେ ବିଜେପି ବିଜୟୀ ହୋଇଥିବାବେଳେ କଂଗ୍ରେସ ୨୯ଟି ଓ ୭ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଆଜି ତୃତୀୟ ଦିନର ଗଣତି ଜାରି ରହିଛି ।