ପ୍ରତି ସେକେଣ୍ଡରେ ବଦଳୁଛି ସଂଖ୍ୟା : ଦିନ ୧ଟା ୨୦ ସୁଦ୍ଧା ବିରୋଧୀଙ୍କୁ ପଛରେ ପକାଇ ଆଗେଇ ଚାଲିଛି ବିଜେଡି

Advertisment
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡିକୁ ବିପୁଳ ସଫଳତା : ଘୋଷିତ ୮୪୫ ଜୋନରୁ ବିଜେଡି ୭୫୯ଟିରେ ବିଜୟୀ

କନକ ବ୍ୟୁରୋ : ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ତୃତୀୟ ଦିନରେ ୨୩୧ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ତେବେ ଦିନ ୧ଟା ୨୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୭୫୫ଟି ଜୋନରେ ଆଗୁଆ ରହିଛି, ବିଜେପି ୪୯ ଏବଂ କଂଗ୍ରେସ ୩୭ଜୋନରେ ଆଗୁଆ ରହିଛି । ସେହିପରି ୩ଟି ଜୋନରେ ସ୍ୱାଧିନ ପ୍ରାର୍ଥୀ ଆଗୁଆ ରହିଥିବାବେଳେ ୪ଟିି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି ।

ସେପଟେ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଏବେସୁଦ୍ଧା ହୋଇଥିବା ଗଣତିର ଫଳାଫଳ ପ୍ରକାଶ କରାଯାଇଛି । ଏଯାବତ୍ ସଦ୍ୟତମ ତଥ୍ୟ ମୁତାବକ ୮୫୧ ଜୋନରୁ ବିଜେଡି ୫୪୩ ଜୋନରେ ବିଜୟୀ, ୩୧ଟି ଜୋନରେ ବିଜେପି ବିଜୟୀ ହୋଇଥିବାବେଳେ କଂଗ୍ରେସ ୩୦ଟି ଓ ୭ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଏପଟେ ଆଜି ତୃତୀୟ ଦିନର ଗଣତି ଜାରି ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe