ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି, ଓଡ଼ିଶାବାସୀ ସ୍ଥିର କରିବେ କିଏ ହେବ ଉତ୍ତରାଧିକାରୀ । ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ନବୀନ କହିଲେ ବଡ କଥା । 

ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି, ଓଡ଼ିଶାବାସୀ ସ୍ଥିର କରିବେ କିଏ ହେବ ଉତ୍ତରାଧିକାରୀ । ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ନବୀନ କହିଲେ ବଡ କଥା । 

କନକ ବ୍ୟୁରୋ : ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ ବୟାନ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଏନଆଇକୁ ଦେଇଥିବା ସାକ୍ଷାତକାରରେ ନବୀନ କହିଛନ୍ତି, ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି ବରଂ ଉତ୍ତରାଧିକାରୀ କିଏ ହେବ ତାହା ରାଜ୍ୟବାସୀ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ନବୀନ । କାହିଁକି ଏମିତି ଅପପ୍ରଚାର କରାଯାଉଛି ତାହା ବୁଝିପାରୁନି । କାରଣ ପାଣ୍ଡିଆନ ନିର୍ବାଚନ ମଧ୍ୟ ଲଢୁନାହାନ୍ତି ବୋଲି କହିଛନ୍ତି ନବୀନ । ମୁଁ ସରକାରରେ ସବୁ ନିଷ୍ପତ୍ତି ନିଏ । ବିରୋଧୀ ଏଭଳି ଅଭିଯୋଗ ପୂର୍ବରୁ ମଧ୍ୟ ଆଣିଛନ୍ତି । ମୁଁ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରେ । କୌଣସି କ୍ୟାବିନେଟ ବୈଠକ ହୋଇନାହିଁ ଯେଉଁ ବୈଠକରେ ମୁଁ ଅଧ୍ୟକ୍ଷତା କରିନାହିଁ ।

ଏହାସହ ନବୀନ କହିଛନ୍ତି, ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି । ମାସେ ହେଲା ଖରାରେ ପ୍ରଚାର କରୁଛି । ରାଜ୍ୟବାସୀଙ୍କ ସେବା କରିବାକୁ ସମ୍ପୂର୍ଣ୍ଣ ଫିଟ୍ ଥିବା ସେ କହିଛନ୍ତି । ବିଜେପି ହତାଶ ହୋଇ ମିଥ୍ୟା ପ୍ରଚାର କରୁଛି । ଗତ ୧୦ ବର୍ଷ ହେବ ବିଜେପିର କିଛି ନେତା ଏମିତି ଅପପ୍ରଚାର କରୁଛନ୍ତି । ଯଦି ପ୍ରଧାନମନ୍ତ୍ରୀ ସତରେ ମୋ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ  ତେବେ ଫୋନ କରି ବୁଝି ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ପାରିଥାନ୍ତେ । ନିର୍ବାଚନ ସମୟରେ ଏଭଳି କହିବା କେବଳ ଭୋଟ ପାଇଁ ବୋଲି କହିଛନ୍ତି ନବୀନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe