କନକ ବ୍ୟୁରୋ : ବହୁଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟାକାଣ୍ଡ ଘଟଣାରେ ଆସିଛି ଚୂଡାନ୍ତ ରାୟ । ପରୀ ହତ୍ୟାକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ନୟାଗଡ଼ ଚିଲ୍ଡ୍ରେନ୍ କୋର୍ଟ ଏହି ମାମଲାରେ ରାୟ ଶୁଣାଇଛନ୍ତି । ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୬ ହଜାର ଟଙ୍କା ଜରିମାନା ଦେବେ ହତ୍ୟାକାରୀ । କୋର୍ଟଙ୍କ ରାୟ ଆସିବା ପରେ ସରକାରୀ ଓକିଲ ପ୍ରତିକ୍ରିୟା ଦେଇ କହିଛନ୍ତି, ଦୋଷୀ ସାବାଳକ ହୋଇଥିଲେ ମୃତ୍ୟୁଦଣ୍ଡ ମିଳିଥାନ୍ତା ।
୨୦୨୦ ମସିହା ଜୁଲାଇ ୧୪ରେ ଘର ଅଗଣାରୁ ୫ ବର୍ଷର ଝିଅ ପରୀ ନିଖୋଜ ହୋଇଯାଇଥିଲା । ନିଖୋଜ ହେବାର ୧୦ ଦିନ ପରେ ଘର ନିକଟସ୍ଥ ପୋଖରୀରୁ ଏକ ବସ୍ତା ଭିତରୁ ପରୀର ଦେହାବଶେଷ ଉଦ୍ଧାର କରାଯାଇଥିଲା । କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଭାର ନେଇଥିଲା । ଏପରିକି ଏହି ଘଟଣା ପାଇଁ ଏସଆଇଟି ମଧ୍ୟ ଗଠନ କରାଯାଇଥିଲା । ବିଭିନ୍ନ ଦିଗକୁ ତର୍ଜମା କରିବା ସହ ପାରିପାଶ୍ୱିର୍କ ସ୍ଥିତିକୁ ଦେଖିବା ପରେ ଅଭିଯୁକ୍ତଙ୍କୁ ଠାବ କରିବାରେ ସଫଳ ହୋଇଥିଲା କ୍ରାଇମବ୍ରାଞ୍ଚ । ୩୧ ଜଣ ସାକ୍ଷୀ ଓ ୧୩୫ଟି ଦସ୍ତାବିଜ ଏବଂ ୧୮ଟି ପ୍ରମାଣକୁ ଭିତ୍ତିକରି ହତ୍ୟା ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି କୋର୍ଟ ।
ରାୟ ଶୁଣାଣି ପୂର୍ବରୁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଛି । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/02/PHOTO-01010611.png)