ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଅପରାହ୍ନରୁ ଯଜ୍ଞ ଆରମ୍ଭ । ବେଦ ଉଚ୍ଚାରଣ, ମନ୍ତ୍ରଧ୍ୱନିରେ ମୁଖରିତ ହେବ ବଡଦାଣ୍ଡ ।

136

କନକ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବ ହୋମଯଜ୍ଞ । ଏଥିପାଇଁ ବରଣ ହୋଇଥିବା ବ୍ରାହ୍ମଣମାନେ ଚଣ୍ଡୀପାଠ ସହ ଅନ୍ୟାନ୍ୟ ମନ୍ତ୍ରପାଠ କରୁଛନ୍ତି । ବେଦପାଠ ସାଙ୍ଗକୁ ନାମ ସଂକୀର୍ତନରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର ଚାରି ଦ୍ୱାର । ଏହା ପରେ ଅଖଣ୍ଡ ଦୀପ ପ୍ରଜ୍ୱଳନ କରି ମହାଯଜ୍ଞର ଶୁଭାରମ୍ଭ କରାଯିବ । ଅପରାହ୍ନ ୩ଟାରେ ଶ୍ରୀମନ୍ଦିର ରୋଷଶାଳାରୁ ଅଗ୍ନି ଅଣାଯାଇ ଯଜ୍ଞ କାର୍ଯ୍ୟ ଆରମ୍ଭ କରାଯିବ ।

ଯଜ୍ଞ ସାଙ୍ଗକୁ ଶ୍ରୀମନ୍ଦିର ଚାରିଦ୍ୱାରରେ ୬୦ଜଣ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ବେଦପାଠ ବ୍ୟବସ୍ଥା ହୋଇଛି । ସିଂହଦ୍ୱାରରେ ଋକ୍ବେଦ, ପଶ୍ଚିମଦ୍ୱାରରେ ସାମବେଦ, ଉତରଦ୍ୱାରରେ ଅର୍ଥବବେଦ ଏବଂ ଦକ୍ଷିଣ ଦ୍ୱାରରେ ଯର୍ଜୁବେଦ ପାଠ କରାଯିବ । ଆସନ୍ତାକାଲି ମଧ୍ୟ ଯଜ୍ଞ ଅନୁଷ୍ଠିତ ହେବ । ସେପଟେ ଶ୍ରୀମାର୍ଗ ଏବଂ ଶ୍ରୀସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଥିବା ବେଳେ ଆଜି ଏହା ଉପରେ ଟ୍ରାଏଲ ରନ କରାଯିବ । ୧୭ ଜାନୁଆରୀରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ପୁରୀ ପୋଲିସ ।