କନକ ବ୍ୟୁରୋ : ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଖୋର୍ଦ୍ଧାରୁ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନରେ କଟକଣା ଲାଗିବା ପରେ ବିଏମସି ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ସ୍ମାର୍ଟସିଟିର ସମସ୍ତ ପାର୍କରେ କଟକଣା ଲାଗିଛି । ମୁକ୍ତ ବ୍ୟାୟାମ କେନ୍ଦ୍ର ଓ ପିଲାଙ୍କ ଖେଳଣା ସାମଗ୍ରୀ ବ୍ୟବହାର ଉପରେ ରୋକ ଲାଗିଛି ।
ସବୁ ପାର୍କରେ ବିଏମସି ପକ୍ଷରୁ ନୋଟିସ ଲଗାଯାଇଛି । ବିନା ମାସ୍କରେ ପାର୍କରେ ପ୍ରବେଶ ମନା । ପାର୍କରେ ଦୁଇ ଜଣ ବ୍ୟକ୍ତିଙ୍କ ମଧ୍ୟରେ ଛଅ ଫୁଟ ଦୂରତା ବାଧ୍ୟତାମୂଳକ କରାଯାଇଛି । ପାର୍କ ଭିତରେ ଗୁଟଖା ଓ ପାନ ଖାଇ ଅଥବା ଏଣେତେଣେ ଛେପ ପକାଇବା ମନା କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି କଟକଣା। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୋୖଧରୀଙ୍କ ସୂଚନା ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/15-24.jpg)