କନକ ବ୍ୟୁରୋ : ରାଜ୍ୟସଭାରୁ ଟିଏମସି ସାଂସଦ ଡେରେକ ଓ’ବ୍ରାୟନ ନିଲମ୍ବିତ ହେବା ପରେ ଏବେ ଲୋକସଭାରୁ ୫ ଜଣ ସାଂସଦଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା । ଲୋକସଭାରେ ହୋ ହାଲ୍ଲା କରିବା ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରାଯାଇଛି । ନିଲମ୍ବିତ ହୋଇଥିବା ୫ କଂଗ୍ରେସ ସାଂସଦଙ୍କ ମଧ୍ୟରେ ରହିଛନ୍ତି ଟିଏନ ପ୍ରତାପନ, ହିବି ଏଡେନ, ଏସ୍ ଜୋଥିମଣୀ, ରାମାୟା ହରିଦାସ ଓ ଡିନ୍ କୋରିଆକୋସେ । ସେମାନଙ୍କୁ ପୂରା ଶୀତକାଳୀନ ଅଧିବେଶନରୁ ନିଲମ୍ବନ କରାଯାଇଛି ।
#WATCH | Five Congress Lok Sabha MPs- TN Prathapan, Hibi Eden, S Jothimani, Ramya Haridas and Dean Kuriakose- suspended from Lok Sabha for the rest of the session for "unruly conduct" pic.twitter.com/jsk5DNR0jR
— ANI (@ANI) December 14, 2023
ଗତକାଲି ସଂସଦର ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ତ୍ରୁଟି ଉପରେ ଆଲୋଚନା କରିବାକୁ କଂଗ୍ରେସ ଓ ବିରୋଧୀ ସାଂସଦମାନେ ଦାବି କରୁଥିଲେ । ଏନେଇ କିଛି ସାଂସଦ ସଂସଦ ଭିତରେ ହୋ ହାଲ୍ଲା କରିବା ସହ ପ୍ରକୃତ ଦୋଷୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ । ଏହାକୁ ସଂସଦୀୟ କାର୍ଯ୍ୟ ପ୍ରଣାଳୀରେ ଅବୈଦ୍ଧ ଆଚରଣ ଭାବେ ଗଣନା କରାଯାଇ ସେମାନଙ୍କୁ ନିଲମ୍ବନ କରାଯାଇଛି । ଏନେଇ ସଂସଦୀୟ କାର୍ଯ୍ୟମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି ।