ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ହାଜର ହେଲେ ପାଠକ ବାପ-ପୁଅ: ଆକାଶଙ୍କ ନୂଆ ମାମଲାକୁ ନେଇ କୋର୍ଟକୁ କରାଗଲା ଅବଗତ

କୋର୍ଟ ପରିସରରେ ପାଠକଙ୍କ ବୟାନ, କାହାକୁ ଠକିନାହାନ୍ତି ସେ, ତାଙ୍କ ପାଖରେ ଅଛିି ସବୁ ପ୍ରମାଣ । ସେପଟେ ଆଜିଠୁ ଆକାଶ ପାଠକଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଂଚ

98

କନକ ବ୍ୟୁରୋ: କୋର୍ଟରେ ହାଜର ହେଲେ ପାଠକ ବାପ-ପୁଅ । ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟରେ ହାଜର ହେଲେ ଅଭୟକାନ୍ତ ପାଠକ ଏବଂ ପୁଅ ଆକାଶ ପାଠକ । ଆକାଶଙ୍କ ନୂଆ ମାମଲାକୁ ନେଇ କୋର୍ଟକୁ ଅବଗତ କରାଯାଇଛି । ଏହା ସହ ୬୫ ଲକ୍ଷ ଠକେଇ ମାମଲାରେ ମଧ୍ୟ କୋର୍ଟଙ୍କୁ ଅବଗତ କରରଯାଇଛି । ଟଙ୍କା ଠକେଇ ନେଇ ଖାରବେଳ ଥାନାରେ ମାମଲା ରହିଛି । ଆକାଶଙ୍କ ବିରୋଧରେ ୪୧୯, ୪୨୦, ୪୬୮, ୪୭୧ ୫୦୬, ୩୪ ଆଇପିସି ଦଫା ଲାଗିଛି । ଭିଜିଲାନ୍ସ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିଲେ ଅଭୟକାନ୍ତ ପାଠକ ଏବଂ ଆକାଶ ପାଠକ ।

କୋର୍ଟରେ ହାଜର ବେଳେ ଆକାଶ ପାଠକ କହିଛନ୍ତି ଯେ ତାଙ୍କ ପାଖରେ ସବୁ ପ୍ରମାଣ ଅଛି, ସେ କୋର୍ଟକୁ ଦେବେ । ଏହା ସହ ସେ କାହାକୁ ଠକି ନଥିବା କହିଛନ୍ତି । ସେପଟେ ଆକାଶ ପାଠକଙ୍କୁ ଆଜିଠାରୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଂଚ । ଟାଟା ମୋଟର୍ସର ଠକେଇ ସିଣ୍ଡିକେଟର ଅଧିକ ଖୋଳତାଡ ପାଇଁ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଭୁବନେଶ୍ୱର ଏସଡିଜେଏମ କୋର୍ଟ ଅନୁମତି ଦେଇଛନ୍ତି । ଝାରପଡା ଜେଲରୁ ଆକାଶଙ୍କୁ କ୍ରାଇମବ୍ରାଂଚ ମୁଖ୍ୟାଳୟ ନିଆଯିବ ।