ମୟୂରଭଞ୍ଜ ଶିମିଳିପାଳ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟଣା : ନିଆଁ ଲାଗିବା କାରଣ ନେଇ ରିପୋର୍ଟ ମାଗିଲେ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

101

କନକ ବ୍ୟୁରୋ :  ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିବା ନେଇ ସକ୍ରିୟ ହୋଇଉଠିଛନ୍ତି ରାଜ୍ୟ ସରକାର । ରାଜ୍ୟ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ ପିସିସିଏଫଙ୍କୁ ଶିମିଳିପାଳ ଗସ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେ ଆଜି ଶିମିଳିପାଳ ଗସ୍ତ କରି ନିଆଁ ଲାଗିବାର କାରଣ ସମ୍ପର୍କରେ ତଦନ୍ତ କରିବେ । ଏହି ରିପୋର୍ଟ ମିଳିବା ପରେ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।

ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ  କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର । ସେ ଟୁଇଟ୍ କରି ଲେଖିଛନ୍ତି- ମୁଁ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମତେ ଜଣାଇବାକୁ ନିର୍ଦ୍ଦେଶ ଦେଇଛି ।

Comments are closed.