ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ବେଗୁନିଆରେ ଜନ ଅସନ୍ତୋଷ : ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କରିବା ପାଇଁ ଦାବି

61

କନକ ବ୍ୟୁରୋ : ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ବଢୁଛି ଜନ ଅସନ୍ତୋଷ । ବେଗୁନିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରିଣତ କରିବାକୁ ଆଂଚଳିକ ସ୍ୱାସ୍ଥ୍ୟ ସେବା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବାରମ୍ବାର ଦାବି କରାଯାଇଆସୁଛି । ୨୦୧୬ ମସିହାରେ ସ୍ୱାସ୍ଥ୍ୟ ବିଭାଗର କମିଶନର ବେଗୁନିଆରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କରିବା ପାଇଁ ଏକ ଲିଖିତ ଆବେଦନ କରିଥିଲେ ।

ହେଲେ ଏପର୍ଯ୍ୟନ୍ତ ତାହା କାର୍ଯ୍ୟକାରୀ ହୋଇପାରିନାହିଁ । ଯେଉଁକାରଣରୁ ସ୍ୱାସ୍ଥ୍ୟ ବ୍ୟବସ୍ଥା ଏବେ ବି ସଙ୍କଟାପନ୍ନ ରହିଛି । ଏହା ବିରୋଧରେ ଆଂଚଳିକ ସ୍ୱାସ୍ଥ୍ୟ ସେବା କ୍ରିୟାନୁଷ୍ଠାନ କମିଟି ତରଫରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବିଶାଳ ଗଣ ଆନ୍ଦୋଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବେଗୁନିଆ ବ୍ଲକର ରାଜନୀତିଜ୍ଞ, ଶିକ୍ଷାବିତ୍ ଏବଂ ବୁଦ୍ଧିଜୀବୀମାନେ ଯୋଗଦେଇଛନ୍ତି ।