ଆଜି ବି ବଢିଲା ତେଲ ଦର : ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୦୯.୯୬ ଟଙ୍କା

68

କନକ ବ୍ୟୁରୋ : ଦେଶରେ କ୍ରମାଗତ ଭାବେ ବଢିଚାଲିଛି ତେଲ ଦର । ପେଟ୍ରୋଲ ଲିଟର ପିଛା ୩୫ ପଇସା ବଢିଲା । ଡିଜେଲ ଲିଟର ପିଛା ୩୮ ପଇସା ବଢିଲା । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୦୯.୯୬ ଟଙ୍କା । ଜାତୀୟ ରାଜଧାନୀ ଅଞ୍ଚଳରେ ଦିଲ୍ଲୀରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୮.୯୯ ଓ ଡିଜେଲ୍‌ ଲିଟର୍‌ପିଛା ଟ. ୯୭.୭୨ରେ ବିକ୍ରୟ ହେଉଛି ।

ମୁମ୍ବାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୧୪.୮୧ ଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୫.୮୬ରେ ବିକ୍ରୟ ହେଉଛି । ଚେନ୍ନାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୫.୭୪ରେ କିଣା ଯାଉଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୧.୯୨ରେ କିଣା ଯାଉଛି । କୋଲ୍‌କାତାରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୯.୪୬ ଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୦.୮୪ରେ ବିକ୍ରୟ ହେଉଛି ।

ଭାରତ ପେଟ୍ରୋଲିୟମ୍‌, ଇଣ୍ଡିଆନ୍‌ ଅଏଲ୍‌ ଓ ହିନ୍ଦୁସ୍ତାନ ପେଟ୍ରୋଲିୟମ ସମେତ ତୈଳ ବିପଣନ କମ୍ପାନିମାନଙ୍କଦ୍ୱାରା ଦେଶରେ ପେଟ୍ରୋଲ୍‌ ଓ ଡିଜେଲ୍‌ ଦର ସଂଶୋଧନ କରାଯାଏ । ସାଧାରଣତଃ, ଆନ୍ତର୍ଜାତିକ ବଜାରରେ ଅଶୋଧିତ ତୈଳ ଦର ଓ ଟଙ୍କା-ଡଲାର୍‌ ବିନିମୟ ମୂଲ୍ୟକୁ ଆଧାର କରି ଉପରୋକ୍ତ ଇନ୍ଧନ ଦର ଧାର୍ଯ୍ୟ କରାଯାଇଥାଏ । ସୂଚନାଯୋଗ୍ୟ, ପ୍ରତିଦିନ ସକାଳ ୬ଟା ବେଳେ ସଂଶୋଧିତ ଇନ୍ଧନ ମୂଲ୍ୟ ଲାଗୁ କରାଯାଏ । କ୍ଷେତ୍ର ବିଶେଷରେ ‘ଭ୍ୟାଟ୍‌’, ସ୍ଥାନୀୟ ଟିକସ ଏବଂ ପରିବହନ ବ୍ୟୟକୁ ଚାହିଁ ବିଭିନ୍ନ ରାଜ୍ୟ ଓ ସହରଗୁଡ଼ିକରେ ଇନ୍ଧନ ଦରରେ ପାର୍ଥକ୍ୟ ଦେଖା ଦେଉଛି ।