କନକ ବ୍ୟୁରୋ: ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ପାଇଁ ପେଟ୍ରୋଲ, ଡିଜେଲ ପରିବହନ ପ୍ରଭାବିତ ହୋଇଛି । ଗତକାଲି ରାଜ୍ୟରେ ୨୦ ପ୍ରତିଶତ ଅଧିକ ପେଟ୍ରୋଲ ଡିଜେଲ ବିକ୍ରି ହୋଇଛି । ସେହିଭଳି ଆନ୍ଦୋଳନ ଯୋଗୁଁ ଗତକାଲି ପେଟ୍ରୋଲ ଓ ଡିଜେଲ ଲୋଡିଂ ୭୫ ପ୍ରତିଶତ କମିଛି । କାଲି ମାତ୍ର ୨୫ ପ୍ରତିଶତ ଗାଡ଼ିରେ ତେଲ ଲୋଡିଂ ହୋଇଥିଲା । ଆଜି ପାରାଦୀପ ଡିପୋରୁ ତେଲ ଲୋଡିଂ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଜଟଣୀ ଓ ବାଲେଶ୍ୱର ଡିପୋରୁ ମାତ୍ର ଅଳ୍ପ କିଛି ତେଲ ଲୋଡିଂ ହୋଇଛି । ଏଭଳି ସ୍ଥିତି ଲାଗି ରହିଲେ ଆସନ୍ତାକାଲି ଅପରାହ୍ନ ସୁଦ୍ଧା ମହଜୁଦ ଥିବା ପେଟ୍ରୋଲ ଓ ଡିଜେଲ ଶେଷ ହେବାର ସମ୍ଭାବନା ରହିଥିବା କହିଛନ୍ତି ଉତ୍କଳ ପେଟ୍ରୋଲିୟମ୍ ଆସୋସିଏସନର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ।
ଡ୍ରାଇଭରଙ୍କ ଆନ୍ଦୋଳନ ପାଇଁ ପ୍ରଭାବିତ ହୋଇଛି ପେଟ୍ରୋଲ, ଡିଜେଲ ପରିବହନ । ପେଟ୍ରୋଲ ଭରିବାକୁ ପେଟ୍ରୋଲ ପମ୍ପରେ ଲୋକଙ୍କ ପ୍ରବଳ ଭିଡ ।
/kanak/media/post_attachments/wp-content/uploads/2024/01/pppp.jpg)