ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଦେଶର ୧୨ ରାଜ୍ୟର ୯୫ ଲୋକସଭା ଆସନରେ ହେଉଛି ପୋଲିଂ, ସକାଳ ୭ଟାରୁ ଭୋଟଦାନ ଆରମ୍ଭ

Advertisment
ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଦେଶର ୧୨ ରାଜ୍ୟର ୯୫ ଲୋକସଭା ଆସନରେ ହେଉଛି ପୋଲିଂ, ସକାଳ ୭ଟାରୁ ଭୋଟଦାନ ଆରମ୍ଭ

କନକ ବ୍ୟୁରୋ: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପଡିବ ଭୋଟ୍ । ସକାଳ ୭ଟାରୁ ଦେଶର ୧୨ ରାଜ୍ୟର ୯୫ ଲୋକସଭା ଆସନ ପାଇଁ ମତଦାନ ସାବ୍ୟସ୍ତ କରିବେ ଭୋଟର । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ୧୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୫ ଲୋକସଭା ଆସନରେ ଭୋଟଗ୍ରହଣ କରାଯିବ। ତାମିଲନାଡୁର ଭେଲୋର ଆସନକୁ ଏଥିରୁ ବାଦ୍ ଦିଆଯାଇଛି। ସେଥିମଧ୍ୟରୁ ୪୧ଟି ଆସନକୁ ରେଡ୍ ଆଲର୍ଟ ଘୋଷଣା କରାଯାଇଛି। ସେହିଭଳି ତ୍ରିପୁରା ପୂର୍ବ ଆସନକୁ ବାଦ୍ ଏଥିରୁ ବାଦ ଦିଆଯାଇଛି । ତେବେ ଏସବୁ ଆସନରେ ୩ରୁ ଅଧିକ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱୀତା କରୁଛନ୍ତି।

publive-image

ସେହିପରି ୮ଶହ ୮୮ ଜଣ ନିର୍ଦ୍ଦଳୀୟ ପ୍ରାର୍ଥୀ ଏହି ପର୍ଯ୍ୟାୟରେ ନିର୍ବାଚନ ଲଢୁଛନ୍ତି। ମୋଟ୍ ପ୍ରାର୍ଥୀଙ୍କ ମଧ୍ୟରୁ ପୁରୁଷଙ୍କ ସଂଖ୍ୟା ୧୪ ଶହ ୭୦ ଥିବାବେଳେ ମହିଳାଙ୍କ ସଂଖ୍ୟା ଶହେ ୨୦ ରହିଛି। ଯାଞ୍ଚ୍ ହୋଇଥିବା ୧୫ଶହ ୯୦ ଜଣ ପ୍ରାର୍ଥୀଙ୍କ ସତ୍ୟପାଠରୁ ଏହା ଜଣାପଡ଼ିଥିବା କୁହାଯାଉଛି। ଏହି ପର୍ଯ୍ୟାୟରେ ଆସାମର ୫, ବିହାର ୫, ଛତିଶଗଡ଼ ୩, ଜମ୍ମୁ ଓ କାଶ୍ମୀର ୨, କର୍ଣ୍ଣାଟକ ୧୪ , ମହାରାଷ୍ଟ୍ର ୧୦, ମଣିପୁର ୧, ଓଡ଼ିଶା ୫, ତାମିଲନାଡ଼ୁ ୩୮, ତ୍ରିପୁରା ୧, ଉତ୍ତରପ୍ରଦେଶର ୮, ପଶ୍ଚିମବଙ୍ଗ ୩ ଏବଂ ପୁଡୁଚେରୀର ଗୋଟିଏ ଲୋକ ସଭା ଆସନ ପାଇଁ ମତଦାନ କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe