ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା । ଶ୍ରଦ୍ଧାଳୁଙ୍କ ପାଇଁ ପୁରୀ ଶ୍ରୀମନ୍ଦିର ଖୋଲିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ କୋର୍ଟଙ୍କୁ ନିବେଦନ

Advertisment
ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା । ଶ୍ରଦ୍ଧାଳୁଙ୍କ ପାଇଁ ପୁରୀ ଶ୍ରୀମନ୍ଦିର ଖୋଲିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ କୋର୍ଟଙ୍କୁ ନିବେଦନ

କନକ ବ୍ୟୁରୋ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା । ଶ୍ରଦ୍ଧାଳୁଙ୍କ ପାଇଁ ପୁରୀ ଶ୍ରୀମନ୍ଦିର ଖୋଲିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ କୋର୍ଟଙ୍କୁ ନିବେଦନ କରିଛନ୍ତି । କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁଯାୟୀ ଅନ୍ୟ ରାଜ୍ୟରେ ମନ୍ଦିର ଖୋଲାଯାଇଥିବାବେଳେ ଓଡିଶାରେ କରୋନା କଟକଣାକୁ ମାନି ମନ୍ଦିରମାନଙ୍କୁ ଖୋଲିବାକୁ ସେ ଆବେଦନରେ ଦର୍ଶାଇଛନ୍ତି । ପୁରୀର ଜଣେ ଭକ୍ତ ଏହି ଜନସ୍ୱାର୍ଥମାମଲା କରିଛନ୍ତି । ଅନ୍ୟପଟେ କାକଟପୁର ମଙ୍ଗଳାପୀଠର ଜଣେ ସେବକ ମନ୍ଦିର ଖୋଲିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

ପୁରୀର ତ୍ରିଲୋଚନ ରଥଙ୍କ ପକ୍ଷରୁ ଦାୟର ମାମଲାରେ ଦର୍ଶାଯାଇଛି ଯେ, କେନ୍ଦ୍ର ସରକାର ଜାରି କରିଥିବା ନିୟମାବଳୀ ଅନୁସାରେ ଧର୍ମାନୁଷ୍ଠାନ ଖୋଲା ରହିପାରିବ। କିନ୍ତୁ ରାଜ୍ୟ ସରକାର କେନ୍ଦ୍ରର ନିୟମାବଳୀ ଉଲ୍ଲଂଘନ କରି ଜୁଲାଇ ୩୧ରେ ଜାରି କରିଥିବା ନିୟମାବଳୀରେ ପୂର୍ବ ଭଳି ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ଏହା କେନ୍ଦ୍ର ସରକାରଙ୍କ ମେ ୩୦ ନିୟମାବଳୀର ଉଲ୍ଲଂଘନ। ରାଜ୍ୟ ସରକାର ମଦ ଦୋକାନଠାରୁ ଆରମ୍ଭ କରି ସପିଂ ମଲ୍ ଖୋଲିବାକୁ ଅନୁମତି ଦେଇ ସାରିଛନ୍ତି। ଏଥିସହିତ ଅନ୍ୟାନ୍ୟ ବିଭିନ୍ନ ପ୍ରକାର କାର୍ଯ୍ୟକଳାପକୁ ମଧ୍ୟ କଟକଣା ନିୟମ ମାନି ଜାରି ରଖିବାକୁ ଅନୁମତି ମିଳିଛି। ଏଭଳି ସ୍ଥିତିରେ ରାଜ୍ୟ ସରକାରଙ୍କ କୋଭିଡ-୧୯ ନିୟମାବଳୀ ଓ କେନ୍ଦ୍ର ସରକାରଙ୍କ ନିୟମ ପାଳନ କରି ମନ୍ଦିରରେ ସାଧାରଣ ଦର୍ଶନ ବ୍ୟବସ୍ଥା ପାଇଁ ଅନୁମତି ଦେବାରେ କିଛି ବାଧା ନାହିଁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ମନ୍ଦିରରେ କଟକଣା ମଧ୍ୟରେ ଦର୍ଶନ ପାଇଁ ଅନୁମତି ନ ଦେବା ଭକ୍ତଙ୍କ ସାମ୍ବିଧାନିକ ଅଧିକାର କ୍ଷୁଣ୍ଣ କରୁଛି।

ଏଥିସହିତ ଜୁଲାଇ ୩୧ରେ ସୁପ୍ରିମକୋର୍ଟ ନିଶିକାନ୍ତ ଦୁବେ ବନାମ କେନ୍ଦ୍ର ସରକାର ମାମଲାରେ ପ୍ରଦାନ କରିଥିବା ରାୟ ପ୍ରସଂଗରେ ଆବେଦନରେ ଉଲ୍ଲେଖ କରାଯିବା ସହିତ ଧର୍ମାନୁଷ୍ଠାନରେ ସାଧାରଣ ଦର୍ଶନ ବ୍ୟବସ୍ଥାରେ କିଛି ଆଇନଗତ ବାଧା ନାହିଁ ବୋଲି ଦର୍ଶାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ସହିତ ଅନ୍ୟ ସମସ୍ତ ଦେବାଦେବୀ ମନ୍ଦିରରେ ସାଧାରଣ ଦର୍ଶନ ବ୍ୟବସ୍ଥା ପାଇଁ ଅନୁମତି ‌ଦେବାକୁ ତୁରନ୍ତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ଦେବୋତ୍ତର କମିସନରଙ୍କୁ ନିର୍ଦ୍ଦେଶ ଦିଆଯାଉ। ଏଥିସହିତ ଜୁଲାଇ ୩୧ରେ ରାଜ୍ୟ ସରକାର ଧର୍ମାନୁଷ୍ଠାନରେ ସାଧାରଣ ଦର୍ଶନ ଉପରେ ଜାରି କରିଥିବା କଟକଣା ସଂପର୍କିତ ନିୟମକୁ ରଦ୍ଦ କରାଯାଉ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି। ମାମଲାରେ କେନ୍ଦ୍ର ଗୃହ ମନ୍ତ୍ରାଳୟ, ରାଜ୍ୟ ମୁଖ୍ୟ ଶାସନ ସଚିବ, ଆଇନ ସଚିବ, ସ୍ବତନ୍ତ୍ର ରିଲିଫ କମିସନର, ଦେବୋତ୍ତର କମିସନର, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅକ୍ଷୟ କୁମାର ପାଣ୍ଡେ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe