ନୟାଗଡ଼ ଦଶପଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକନିକ୍ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ୩ଜଣ ସ୍କୁଲ ଛାତ୍ରୀ ମୃତ, ୧୧ଜଣ ଗୁରୁତର ।

1,277

କନକ ବ୍ୟୁରୋ: ନୟାଗଡ଼ ଦଶପଲ୍ଲାରେ ସଡ଼କ ଦୁର୍ଘଟଣା । ୫୭ ନମ୍ବର ଜାତୀୟ ରାଜପଥ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ପିକନିକ୍ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଏଥିରେ ୩ ଜଣ ସ୍କୁଲ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୧ ଜଣ ଗୁରୁତର ହୋଇଛନ୍ତି । ନୟାଗଡ଼ ଦଶପଲ୍ଲାରୁ ଏକ ଘରୋଇ ଟ୍ୟୁସନର ପ୍ରାୟ ୫୦ ଜଣ ଛାତ୍ରୀ ବସରେ ପିକନିକ୍ ଯାଉଥିବା ବେଳେ ଜଙ୍ଗଲ ରାସ୍ତାରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ୨ ଜଣ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ଗୁରୁତରଙ୍କୁ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ନୟାଗଡ଼ ଯିବା ରାସ୍ତାରେ ଜଣଙ୍କ ଜୀବନ ଯାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭର ଓ ହେଲପରକୁ ଅଟକ ରଖିଛି ପୋଲିସ ।