ପିପିଲି ଉପ ନିର୍ବାଚନ ନେଇ ଘୋଷଣା ହେଲା ସାନି ତାରିଖ । ମେ ୧୩ରେ ପଡିବ ପିପିଲି ଭୋଟ୍ । ୧୬ରେ ଘୋଷଣା ହେବ ଫଳାଫଳ ।

181

କନକ ବ୍ୟୁରୋ: ପିପିଲି ଉପ ନିର୍ବାଚନ ନେଇ ଘୋଷଣା ହେଲା ସାନି ତାରିଖ । ଆସନ୍ତା ମେ ୧୩ ତାରିଖରେ ପଡିବ ପିପିଲି ଉପ ନିର୍ବାଚନ ଭୋଟ୍ । ଏଥିସହ ମେ ୧୩ ତାରିଖରେ ଭୋଟ୍ ପଡିବା ପରେ ଆସନ୍ତା ୧୬ ତାରିଖରେ ଭୋଟ୍ ଗଣତି କରାଯାଇ ରେଜଲ୍ଟ ଘୋଷଣା ହେବ ବୋଲି ସିଇଓ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି ।

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପ ନିର୍ବାଚନ ହେବାକୁ ଥିଲା । ଏଥିପାଇଁ ପ୍ରଥମେ ଏପ୍ରିଲ ୧୭ ତାରିଖ ଧାର୍ଯ୍ୟ ହୋଇଥିଲା । ହେଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇବା ପରେ ଉପ ନିର୍ବାଚନକୁ ସ୍ଥଗିତ ଘୋଷଣା କରାଯାଇଥିଲା । ଏବେ ପୁଣି ଥରେ ଉପ ନିର୍ବାଚନ ନେଇ ସାନି ତାରିଖ ଘୋଷଣା କରାଯାଇଛି । ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ହିଁ କେବଳ ନୂଆ ପ୍ରାର୍ଥୀ ଦେବ । ଅଜିତ ମଙ୍ଗରାଜଙ୍କ ବଦଳରେ ଦଳ କାହାକୁ ଟିକେଟ୍ ଦେଉଛି ତା ଉପରେ ନଜର ରହିବ । ତେବେ ବିଜେଡି ପକ୍ଷରୁ ରୁଦ୍ର ମହାରଥୀ ଓ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ମଇଦାନକୁ ଓହ୍ଲାଇଛନ୍ତି ।