ଓୟୁଏଟି କଲୋନୀରେ ବୃକ୍ଷରୋପଣ ଓ ଚାରାବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

120

କନକ ବ୍ୟୁରୋ: ଓୟୁଏଟି ଅଣଶିକ୍ଷକ କର୍ମଚାରୀ ସଂଘ ପକ୍ଷରୁ ଓୟୁଏଟି କଲୋନୀରେ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶନିବାର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗ ଦେଇଥିଲେ । ଅନ୍ୟପଟେ ତାଙ୍କ ସହିତ ଓୟୁଏଟି କୁଳପତି ଡ. ପୱନ କୁମାର ଅଗ୍ରୱାଲ, କୁଳସଚିବ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମରେ ସଂଘର ସଭାପତି, ସଂଘର ପ୍ରମୁଖ କର୍ମକର୍ତ୍ତା ଓ ସଦସ୍ୟମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ୨୦୦ରୁ ଅଧିକ ଚାରା ବଣ୍ଟନ କରାଯାଇଥିଲା । ସଂଘର ସମ୍ପାଦକ ଜ୍ୟୋତିରଞ୍ଜନ ସେନାପତି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।