କନକ ବ୍ୟୁରୋ: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ।
ଏହାପରେ ଛାତ୍ରଛାତ୍ରୀ ‘www.chseodisha.nic.in’ ଓ ‘www.orissaresults.nic.in’ ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ। ପରୀକ୍ଷାଫଳ ଜାଣିବା ଲାଗି ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେସନ୍ ନମ୍ବରର ଆବଶ୍ୟକତା ରହିଛି। ୱେସାଇଟରେ ଉଭୟ ନମ୍ବର ଦାଖଲ ନ କଲେ ପରୀକ୍ଷା ଫଳ ବାହାରିବ ନାହିଁ ବୋଲି ପରିଷଦର ଉପ ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ କୁମାର ପଣ୍ଡା କହିଛନ୍ତି।
ସୂଚନାଯୋଗ୍ୟ ଯେ କଳା ବିଭାଗରେ ୨,୩୩,୯୭୮, ବାଣିଜ୍ୟ ବିଭାଗରେ ୨୭,୪୪୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/06/Sequence-2-01244300.jpg)