କନକ ବ୍ୟୁରୋ : ଆସନ୍ତା ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଫଳ । ଏବଂ ମେ ଶେଷ ସୁଦ୍ଧା ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ । ଗଣଶିକ୍ଷାମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏନେଇ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ମୋଟ ସାଢ଼େ ତିନି ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୮୫ ହଜାର ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି । ଏହି ପରୀକ୍ଷା ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ ତାରିଖ ପର୍ୟ୍ୟନ୍ତ ଚାଲିଥିଲା । ତେବେ ପରୀକ୍ଷା ଖାତା ଦେଖାରେ ସାମାନ୍ୟ ବିଳମ୍ବ ହେତୁ ଗତବର୍ଷ ତୁଳନାରେ ୧ ସପ୍ତାହ ବିଳମ୍ବରେ ଚଳିତ ବର୍ଷ ପରୀକ୍ଷା ଫଳ ପ୍ରକାଶିତ ହେବାକୁ ଯାଉଛି । ଗତବର୍ଷ ମେ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଏଥର ମେ ୧୯ ତାରିଖରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି । ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ପରୀକ୍ଷା ଖାତାଗୁଡ଼ିକର ଇ ମୂଲ୍ୟାୟନ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/01/6exam3.jpg)
/kanak/media/post_attachments/wp-content/uploads/2018/02/10oriplus2_185136.jpg)