କନକ ବ୍ୟୁରୋ : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଏହି ରେଜଲ୍ଟ ବାହାରିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଆଜି ବୁକଲେଟ ଜାରି ହେବା ପରେ ୱେବସାଇଟରେ ଏହି ରେଜଲ୍ଟ ବାହାରିବ । ପରୀକ୍ଷାର୍ଥୀ www.orissaresults.nic.inରେ ନିଜ ରେଜଲ୍ଟ ଜାଣିପାରିବେ । ଏ ବର୍ଷ ଯୁକ୍ତ ଦୁଇ କଳାରେ ୨ଲକ୍ଷ ୧୯ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ମାର୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଧନ୍ଦାମୂଳକ ଶିକ୍ଷାରେ ବି ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଏହାପୂର୍ବରୁ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳାଫଳ ପ୍ରକାଶ ପାଇ ସାରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/06/ubseresult2020.jpg)