ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ : ବାହାରିବ ବିଜ୍ଞାନ ଓ ବାଣିଜ୍ୟର ରେଜଲ୍ଟ

162

କନକ ବ୍ୟୁରୋ : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ଏନେଇ ସିଏଚଏସିସି, ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ୩୧ ତାରିଖ କେବଳ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା । ସେହିପରି ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା । ଏପଟେ ଆରମ୍ଭ ହୋଇଛି ଯୁକ୍ତଦୁଇ ପ୍ରଥମ ବର୍ଷର ନାମଲେଖା ପ୍ରକ୍ରିୟା । ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ଆରମ୍ଭ ହୋଇଛି ।