ଆଜି ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ : ଆଜିଠାରୁ ଆରମ୍ଭ ହେଲା ଓଡ଼ିଆ ନବବର୍ଷ

ଟ୍ୱିଟ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଅମିତ ଶାହ

658

କନକ ବ୍ୟୁରୋ : ଆଜି ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ । ଆଜିଠାରୁ ଆରମ୍ଭ ହେଲା ଓଡ଼ିଆ ନବବର୍ଷ । ଏହି ଅବସରରେ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

ନବୀନ ଟ୍ୱିଟ କରି ଲେଖିଛନ୍ତି, ମହାବିଷୁବ ସଂକ୍ରାନ୍ତ ତଥା ଓଡ଼ିଆ ନବବର୍ଷ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ।

ସେହିପରି ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି ଲେଖିଛନ୍ତି, ଓଡ଼ିଆ ନବବର୍ଷ, ମହାବିଷୁବ ସଂକ୍ରାନ୍ତି ଓ ପଣା ସଂକ୍ରାଂନ୍ତି ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଧିକ ଶୁଭକାମନା ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି । କହିଛନ୍ତି ଓଡ଼ିଆ ନବବର୍ଷ ତଥା ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି । ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦିଅନ୍ତୁ ।