ଗ୍ରୀଷ୍ମ ପ୍ରବାହକୁ ନେଇ ମୋଦୀଙ୍କ ସମୀକ୍ଷା । ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ।

125

କନକ ବ୍ୟୁରୋ: ଦେଶରେ ତାତି ବଢ଼ୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏପ୍ରିଲରୁ ଜୁନ୍ ମାସ ପର୍ଯ୍ୟନ୍ତ ଦେଶରେ କ’ଣ ରହିବ ଗ୍ରୀଷ୍ମ ପ୍ରବାହର ସ୍ଥିତି ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର ମୁକାବିଲା ନେଇ ଏହି ବୈଠକରେ ଆଲୋଚନା ହୋଇଛି । ରାଜ୍ୟରୁ ଆରମ୍ଭ କରି ଜିଲ୍ଲା ସ୍ତରରେ ସମନ୍ୱୟ ରକ୍ଷା କରି ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବ, ଆଇଏମଡି ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଏହିି ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି ।