ଓଡ଼ିଶାରେ କେମିତି ରହିଛି କରୋନା ସ୍ଥିତି ? ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ।

533

କନକ ବ୍ୟୁରୋ : କୋଭିଡ୍ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ କରୋନା ସ୍ଥିତି କେମିତି ରହିଛି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ସେହିପରି ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ଓ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ କୋଭିଡ୍ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଏଥିସହ ପୁଡୁଚେରୀ ଓ ଜମ୍ମୁକାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି ।