କନକ ବ୍ୟୁରୋ: ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ଟିପ୍ସ ଦେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି କାର୍ଯ୍ୟକ୍ରମରେ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ସମସ୍ତଙ୍କୁ ସମ୍ବୋଧନ କରି ପରୀକ୍ଷା ସମ୍ପର୍କରେ ଆଲୋଚନା କରୁଛନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରୀକ୍ଷା ପେ ଚର୍ଚ୍ଚା ୨୦୨୪ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନା ଟୁଇଟରରେ ସେୟାର କରିଛନ୍ତି । ତାଙ୍କ କହିବା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପିପିସି ୨୦୨୪ ପାଇଁ ୨ କୋଟି ୨୬ ଲକ୍ଷ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି । ନୂଆଦିଲ୍ଲୀର ଭାରତ ମଣ୍ଡପମ୍, ଆଇଟିପିଓ, ପ୍ରଗତି ମଇଦାନରେ ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରୀକ୍ଷା ପେ ଚର୍ଚ୍ଚାର ଏହା ହେଉଛି ସପ୍ତମ ସଂସ୍କରଣ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରଛାତ୍ରୀ, ଶିକ୍ଷା ଓ ଅନ୍ୟାନ୍ୟ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରିଛନ୍ତି ।