କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଗାତାର ୧୧ତମ ଥର ପାଇଁ ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ପରେ ସେ ତୃତୀୟ ପ୍ରଧାନମନ୍ତ୍ରୀ ଭାବେ କ୍ରମାଗତ ୧୧ଥର ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସର ବିଶେଷ ଗୁରୁତ୍ୱପୂର୍ଣ୍ଣ,  କାରଣ ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ତୃତୀୟ କାର୍ଯ୍ୟକାଳରେ ପ୍ରଥମ ସ୍ୱାଧୀନତା ଦିବସ ଅଭିଭାଷଣ । ଏହା ସହ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ପଛରେ ପକାଇଛନ୍ତି । ଯିଏ କି ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୧୦ ଥର ତ୍ରିରଙ୍ଗା ଉତ୍ତୋଳନ କରିଥିଲେ ।

Advertisment

ତେବେ ୧୭ ଥର ଓ ୧୬ ଥର ପତାକା ଉତ୍ତୋଳନ କରିଥିବା ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ପଛରେ ମୋଦୀ ରହିଛନ୍ତି । ଉଦବୋଧନ ଏଥିପାଇଁ ଗୁରୁତ୍ବ କାରଣ ପ୍ରଧାନମନ୍ତ୍ରୀ ତାଙ୍କ ସରକାରଙ୍କ କାର୍ଯ୍ୟସୂଚୀର ରୂପରେଖ ଏହି ଅବସରରେ ରଖନ୍ତି । ଗୁରୁତ୍ୱପୂର୍ଣ୍ଣ ଜାତୀୟ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗଗୁଡ଼ିକୁ ସମ୍ବୋଧିତ କରନ୍ତି ।