ବ୍ରହ୍ମପୁର କନିଷିରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର ।

144

କନକ ବ୍ୟୁରୋ : ବ୍ରହ୍ମପୁରର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର କନିଷି ସଭାରେ ପହଞ୍ଚିଛନ୍ତି ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଏଥିପାଇଁ କନିଷିରେ ଦଳ ପକ୍ଷରୁ ବିଶାଳ ଜନସମାବେଶ ଆୟୋଜନ କରାଯାଇଛି । କନିଷି କାର୍ଯ୍ୟକ୍ରମ ଶେଷ ହେବା ପରେ ନବରଙ୍ଗପୁର ଚିକିଲିଗାଁ ପଡ଼ିଆରେ ମୋଦୀ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୋଦୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ଶିବିର ଚଳଚଂଚଳ ହୋଇପଡ଼ିଛି ।

ଦକ୍ଷିଣ ଓଡ଼ିଶାରେ ମୋଦୀଙ୍କ ପାୱାର ସୋ । ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଏଥିପାଇଁ ରବିବାର ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ଭୁବନେଶ୍ୱରରେ ପହଞ୍ଚିଥିଲେ । ବିମାନବନ୍ଦରରେ ପହଂଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ମୋଦୀଙ୍କୁ ସ୍ୱାଗତ କରାଯାଇଥିଲା । ମୋଦୀ ହାତରେ ପଦ୍ମ ଫୁଲ ଦେଖାଇ ଅଭିବାଦନ ଜଣାଇଥିଲେ । ଏହାପରେ ସ୍ୱତନ୍ତ୍ର କାରକେଡରେ ରାଜଭବନ ଯାଇଥିଲେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼ ଜମିଥିଲା