ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସିଧା ଚଣ୍ଡିଖୋଲ ଅଭିମୁଖେ କରିବେ ଯାତ୍ରା, ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ସାଧାରଣ ସଭାରେ ଦେବେ ଯୋଗ ।

137

କନକ ବ୍ୟୁରୋ : ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତେଲେଙ୍ଗାନରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ମୋଦୀ । ଭୁବନେଶ୍ୱର ବିମାନବନ୍ଦରରୁ ସିଧା ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ । ୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ର୍ରଧାନମନ୍ତ୍ରୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ ।

ସରକାରୀ କାର୍ଯ୍ୟକ୍ରମ ପରେ ୪ଟା ୧୫ରେ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦୀ । ଯେଉଁ ସଭାରେ ବିଜେପି ବିଧାୟକ, ସାଂସଦ ଓ ନେତା ଉପସ୍ଥିତ ରହିବେ । ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ଗସ୍ତ ଓ ସାଧାରଣ ସଭାକୁ ନେଇ ରାଜ୍ୟ ବିଜେପି ବେଶ ଉତ୍ସାହିତ ଅଛି । ସେପଟେ ମୋଦୀଙ୍କ ଗସ୍ତ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ଚଣ୍ଡୀଖୋଲ ଯାଏଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।