କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସହ ଫୋନ୍ରେ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି ଏ ବାବଦରେ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ବାଇଡେନ୍ଙ୍କ ସହ କଥାବାର୍ତ୍ତା କରିଛନ୍ତି ଏବଂ ତାଙ୍କୁ ସଫଳତା ପାଇଁ ଶୁଭକାମନା ଜଣାଇଛନ୍ତି ।
Spoke to @POTUS@JoeBiden and conveyed my best wishes for his success. We discussed regional issues and our shared priorities. We also agreed to further our co-operation against climate change.
— Narendra Modi (@narendramodi) February 8, 2021
କେତେକ ଆଞ୍ଚଳିକ ପ୍ରସଙ୍ଗ ଏବଂ ଭାରତ-ଆମେରିକା ଦ୍ବିପାକ୍ଷିକ ସଂପର୍କ ଉପରେ ଆଲୋଚନା ହୋଇଥିଲା । ଜଳବାୟୁ ପରିବର୍ତ୍ତନ ବିରୋଧରେ ଉଭୟ ଦେଶ ପରସ୍ପରିକ ସହଯୋଗ ଆଗକୁ ବଢ଼ାଇବାକୁ ମଧ୍ୟ ସହମତି ପ୍ରକାଶ ପାଇଥିଲା ବୋଲି ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି । ରାଷ୍ଟ୍ରପତି ଜୋ ବାଇଡେନ୍ ଏକ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥା ପାଇଁ ପ୍ରତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ, ଜୋ ବାଇଡେନ ୨୦ ଜାନୁଆରିରେ ରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ । ଏହାପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ତାଙ୍କର ଏହା ପ୍ରଥମ କଥାବର୍ତ୍ତା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/02/5-9.jpg)