କନକ ବ୍ୟୁରୋ: ୩ଟା ୧୫ରେ ଚଣ୍ଡୀଖୋଲରେ ପହଞ୍ଚିବା ପରେ ଆରମ୍ଭ ହେବ ସରକାରୀ କାର୍ଯ୍ୟକ୍ରମ । ୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ର୍ରଧାନମନ୍ତ୍ରୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ୪ଟା ୧୫ରେ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦୀ । ବିଜେପି ବିଧାୟକ, ସାଂସଦ ଓ ନେତା ଉପସ୍ଥିତ ରହିବେ । ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ଗସ୍ତ ଓ ସାଧାରଣ ସଭାକୁ ନେଇ ରାଜ୍ୟ ବିଜେପି ବେଶ ଉତ୍ସାହିତ ଅଛି । ସେପଟେ ମୋଦୀଙ୍କ ଗସ୍ତ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇଦିଆଯାଇଛି । ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ କମିଶନର । ବିମାନବନ୍ଦରକୁ କଡା ନଜରରେ ରଖାଯାଇଛି । ଭୁବନେଶ୍ୱର ଡିସିପି ସୁରକ୍ଷା ଦାୟିତ୍ୱରେ ରହିବେ । ବିମାନବନ୍ଦରରୁ ରାଜଭବନ ଯାଏଁ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଡଗସ୍କ୍ୱାର୍ଡ ଓ ବମସ୍କ୍ୱାର୍ଡ ନିୟୋଜିତ ହେବେ । ଦାୟିତ୍ୱରେ ରହିବେ ୬ଜଣ ଆଡିସିନାଲ ଡିସିପି, ୧୦ ଜଣ ଏସିପି, ୧୯ ଇନସ୍ପେକ୍ଟର, ୬୯ ଅଫିସର । ବନ୍ଧୁକଧାରୀ ପୁଲିସ ଓ ଓଡ୍ରାଫ ଟିମ ବି ମୁତୟନ ରହିବେ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ଚଣ୍ଡୀଖୋଲ ଯାଏଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

- ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର ୮ ଥାକିଆ ରାସ୍ତାର ଶିଳାନ୍ୟାସ
- ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ
- ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ ମନୋଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦ୍ଘାଟନ
- ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ ୩୪୪ କିମି ପାଇପ୍ ଲାଇନ୍ର ଉଦ୍ଘାଟନ
- ୧୬୨ କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣର ଉଦ୍ଘାଟନ
- କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ରେଳ ଷ୍ଟେନରୁ ଶୁଭାରମ୍ଭ
- କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବ
- ଏହି ମାର୍ଗରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ପାରାଦୀପ-କେନ୍ଦୁଝରଗଡ଼ ମଧ୍ୟରେ କରିବ
- ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ୍ ସେବା ପ୍ରଚଳନର ମଧ୍ୟ ଶୁଭାରମ୍ଭ ହେବ