ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଜି କଥା ହେବେ ପ୍ରଧାନମନ୍ତ୍ରୀ : ନିଜ ରାଜ୍ୟର ସଂକ୍ରମଣ ସ୍ଥିତି ନେଇ ଅବଗତ କରାଇବେ ରାଜ୍ୟ ସରକାର

94

କନକ ବ୍ୟୁରୋ : ଦେଶର କୋଭିଡ ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଜି କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିନ ୪ଟା ୩୦ରେ ଭିଡିଓ କନଫରେନ୍ସିଂରେ ଏହି ବୈଠକ ହେବ  । ଜାନୁଆରୀ ୯ରେ ମଧ୍ୟ ଦେଶର ସଂକ୍ରମଣ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ  । ଏହି ବୈଠକରେ ଟିକାକରଣ ବଢ଼ାଇବା ସହ ସ୍ୱସ୍ଥ୍ୟ ଭିତିଭୂମିକୁ ପ୍ରସ୍ତୁତ ରଖିବା ପାଇଁ ମୋଦି ରାଜ୍ୟ ସରକାରମାନଙ୍କୁ ପରାମର୍ଶ ଦେଇଥିଲେ । ଏପଟେ ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି ଲେଖି ଅତି କମରେ ୪୮ ଘଂଟା ପାଇଁ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ୍ ମହଜୁଦ ରଖିବା ପାଇଁ କହିଛନ୍ତି  । ଏହା ସହ ରୋଗୀଙ୍କ ତୁରନ୍ତ ଚିକିତ୍ସା ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି ।