କନକ ବ୍ୟୁରୋ : ଦିଲ୍ଲୀରେ ଚାଷୀଙ୍କ ଆନ୍ଦୋଳନ ଭିତରେ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଆଜି ନରେନ୍ଦ୍ର ମୋଦି ଓଡିଶା ୬ ରାଜ୍ୟର ଚାଷୀଙ୍କ ସହ ଭର୍ଚୁଆଲ ମାଧ୍ୟମରେ ଆଲୋଚନା କରିଛନ୍ତି ।

Advertisment

ଏହା ସହିତ ଦେଶର ୯ କୋଟି ଚାଷୀଙ୍କ ଖାତାକୁ କିଷାନ୍ ସମ୍ମାନ ନିଧି ଯୋଜନା ଜରିଆରେ ୧୮ ହଜାର କୋଟି ଟଙ୍କା ପଠାଇଛନ୍ତି । ନୂଆପଡ଼ା ଜିଲ୍ଳାର ଜଣେ ଚାଷୀଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଚାଷୀ ଉପକୃତ ହେଉଥିବା କହିଥିଲେ । ନୂଆପଡ଼ା ଚାଷୀଙ୍କ ଉଦ୍ୟମକୁ ମୋଦି ପ୍ରଶଂସା କରିଛନ୍ତି ।